ଓଡ଼ିଶାର ରସଗୋଲାକୁ ଜିଆଇ ମାନ୍ୟତା

Straight to the Point

ଭୁବନେଶ୍ୱର: ରସଗୋଲାକୁ ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଲାଗିରହିଥିବା ବିବାଦର ଅନ୍ତ ଘଟିଛି । ସୋମବାର ଚେନ୍ନାଇ ସ୍ଥିତ ଜିଆଇ ରେଜିଷ୍ଟାରଙ୍କ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି । ଏଥିରେ ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍ ପ୍ରଦାନ କରାଯାଇଛି । ଜିଆଇ ଟ୍ୟାଗ୍ ମିଳିବା ପରେ ଓଡ଼ିଶାର ରସଗୋଲା ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ସୂଚନାଯୋଗ୍ୟ ଯେ, ବହୁ ଆଦିମ କାଳରୁ ରସଗୋଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଲାଗି ହୋଇଆସୁଛି । ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଟୁଇଟ୍ ମଧ୍ୟମରେ ଖୁସି ବ୍ୟକ୍ତ କରିଛନ୍ତି ।

error: Thank You Keep Visiting