ଆସନ୍ତା ୪ ତାରିଖରେ ହେବ ଆଉ ଏକ ଲଘୁଚାପ

An Independent Media

ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ବଙ୍ଗୋପ ସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଲଘୁଚାପ ସୃଷ୍ଟି ହେବା ନେଇ ଆଜି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ପଳ୍ପରୁ ମାଧ୍ୟମ ଧରଣର ବୃଷ୍ଟିପାତ ହେବ । ତେବେ ଅଗଷ୍ଟ ୨ରେ ଦକ୍ଷିଣ ଓଡିଶା ଓ ୩ରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ । ସେହିପରି ୪ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଏବେ ସୁଧା ରାଜ୍ୟରେ ୨୦ ପ୍ରତିଶତ କମ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

error: Thank You Keep Visiting