ପରଲୋକରେ ପୁର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତି

An Independent Media

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କର ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲେ। ଭାଗବତ ମହାନ୍ତି କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ ଥର ନିର୍ବାଚିତ ହୋଇଥିଲେ। ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଭାବେ ୨ ଥର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ପଞ୍ଚମ ବିଧାନସଭାକୁ ସେ ପ୍ରଥମେ ପ୍ରଜା ସୋସିଆଲିଷ୍ଟ୍ ପାର୍ଟି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। ଏହା ପରେ କଂଗ୍ରେସ ଟିକେଟ୍‌ରେ ନବମ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତା’ପରେ ଏକାଦଶ ବିଧାନସଭାକୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।

error: Thank You Keep Visiting