‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ ବିଭାଗ
ଭୁବନେଶ୍ଵର ( ଆମ ପ୍ରତିନିଧି ) : ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ଏଣିକି ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ସିଧାସଳଖ କଥା ହେବେ ସରକାର। ମଙ୍ଗଳବାର ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।