ଆସନ୍ତା ୫ ଦିନ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ସମ୍ଭାବନା

An Independent Media

ଭୁବନେଶ୍ବର :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଗଜପତି ଓ ରାୟଗଡ଼ାରେ ବର୍ଷିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତିରେ ସ୍ୱଳ୍ପରୁ ମଧ୍ୟମ ବର୍ଷାର ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ଧିରେ ଧିରେ ବର୍ଷାର ପରିମାଣ ବଢିବ । ସେହିପରି ୩ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଏବଂ ୪ ତାରିଖରେ ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକର ଅଳ୍ପ କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ରାୟଗଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ବର୍ଷାର ସମ୍ଭାବନା ରହିଛି।

error: Thank You Keep Visiting