କୋରୋନା ମୁକାବଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ ସଚେତନ

An Independent Media

ଭୁବନେଶ୍ବର : କରୋନା ଭୂତାଣୁର ଚିହ୍ନଟ ଓ ମୁକାବିଲା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ ପ୍ରସ୍ତୁତ । ଝାରସୁଗୁଡା ଓ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ଵ୍ୟଵସ୍ଥା କରାଯାଇଛି । ଓଡ଼ିଶାରେ ଏବେ ସୁଦ୍ଧା କେହି କରୋନା ରୋଗୀ ଚିହ୍ନଟ ହୋଇ ନାହାନ୍ତି । ସ୍ୱାସ୍ଥ୍ୟ ବିଭାଗ ଏବେ ବି ବଲବତ୍ତର ରହିଛି । ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀମାନଙ୍କ ଉପରେ ସତର୍କ ନଜର ରଖିଛି ସ୍ୱାସ୍ଥ୍ୟ ବିଭାଗ – ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଙ୍କ ସୂଚନା ସୂଚନା ଅନୁସାରେ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କରୋନା ସଂକ୍ରମିତ ଦେଶରୁ ରାଜ୍ୟକୁ ଫେରିଥିବା ୧୧୫ଜଣଙ୍କ ଉପରେ ନଜର ରଖାଯାଇଛି। ଜଣେ ବ୍ୟକ୍ତିଙ୍କୁ ଅବଜରଭେସନ୍‌ରେ ରଖାଯାଇଥିବା ବେଳେ ୪୨ଜଣଙ୍କୁ ତାଙ୍କୁ ନିଜ ଘରେ ଆଇସୋଲେସନ୍‌ରେ ରଖାଯାଇଛି । ସୋମବାର ସୁଦ୍ଧା ୬୯ଜଣ ବ୍ୟକ୍ତିଙ୍କ ଘରେ ଆଇସୋଲେସନ୍‌ ରହିବା ସମୟ ସୀମା ଶେଷ ହୋଇସାରିଛି । ଅପରପକ୍ଷରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୂର୍ବରୁ ସଂଗୃହୀତ ୮ଜଣ ବ୍ୟକ୍ତିଙ୍କ ବାଦ୍ ଅନ୍ୟ କୌଣସି ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ କରାଯାଇ ନାହିଁ। ପୂର୍ବରୁ ସଂଗୃହୀତ ସମସ୍ତ ନମୁନା ନେଗେଟିଭ୍ ଆସିଥିଲା । ସେହିପରି କରୋନା ସଂପର୍କରେ ସଚେତନତା ପ୍ରଦାନ ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି। କରୋନା ଭୂତାଣୁ ସଂକ୍ରମଣ ସଂପର୍କିତ ସୂଚନା ପାଇଲେ ଟୋଲ ଫ୍ରି ନମ୍ବର -୦୬୭୪-୨୩୯୦୪୬୬, ୯୪୩୯୯୯୪୮୫୭ ଯୋଗାଯୋଗ କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ସରକାର ।

error: Thank You Keep Visiting