ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ: ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

An Independent Media

ଭୁବନେଶ୍ବର : ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ୫ରୁ ଓ ୭ ତାରିଖ ମଧ୍ୟରେ ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବ। ଏହି ସମୟରେ କୁଆପଥର ବୃଷ୍ଟି, ବଜ୍ରପାତ ସହିତ ଘୂର୍ଣ୍ଣିଝଡ଼ର ଆଶଙ୍କା ରହିଛି। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି। ଓଡ଼ିଶାର କେତେକ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ଓ ବର୍ଷା ହୋଇଛି।  ଘୂର୍ଣ୍ଣିଝଡ଼ ପ୍ରଭାବରେ ଅନେକ ଅଞ୍ଚଳରେ କ୍ଷୟକ୍ଷତି ଘଟିଛି।
ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୂଆପଡ଼ା, ରାୟଗଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, କନ୍ଧମାଳ, ବୌଦ୍ଧ, କଟକ ଏବଂ ବାଲେଶ୍ବର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ ଆଦି ଅଞ୍ଚଳରେ ବର୍ଷା ହେବ। ଏହି ସମୟରେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଛଡ଼ା କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ଢ଼େଙ୍କାନାଳ, ବାଲେଶ୍ବର, କଟକ, ଯାଜପୁର, ଭଦ୍ରକ, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ହେବ।
୬ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ଅନ୍ୟ କେତେକ ସ୍ଥାନରେ ଅଧିକ ବର୍ଷା ହେବ। ଏହି ସମୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କନାଳ, ଅନୁଗୋଳ ଓ ବାଲେଶ୍ବରରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବ।
କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ମଧ୍ୟ ଘଡ଼ଘଡ଼ି ସହିତ ବର୍ଷା ଓ ୩୦ରୁ ୪୦କିମି ବେଗରେ ପବନ ବହିବ। ଆସନ୍ତା ୭ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ କେନ୍ଦୁଝର, ଢ଼େଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ରାୟଗଡ଼ାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୩ଦିନ ଭିତରେ ଦିନ କିମ୍ବା ରାତିର ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ ୪ଦିନ ପରେ ୨ରୁ ୪ଡ଼ିଗ୍ରୀ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

error: Thank You Keep Visiting