ରାଜ୍ୟର ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ ରୋକ ଲଗାଇଲେ ମୁଖ୍ୟମନ୍ତ୍ରୀ

An Independent Media

ଭୁବନେଶ୍ୱର: ଓଡ଼ିଶାରେ ଏ ଯାଏ କେହି ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ଏହାର ମୁକାବିଲା ନିମନ୍ତେ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ ରୋକ ଲଗାଇଲେ ମୁଖ୍ୟମନ୍ତ୍ରୀ। ଏଥିସହ ସମସ୍ତ ସରକାରୀ କାର୍ଯ୍ୟାଳୟରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବାୟୋମେଟ୍ରିକ୍ ଉପସ୍ଥାନ କୋହଳ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ଓ ଜିଲ୍ଲା ସ୍ତରରେ ମୁଖ୍ୟ ଶାସନ ସଚିବ ଓ ସମସ୍ତ ଜିଲ୍ଲାପାଳଙ୍କୁ ପ୍ରତିଦିନ ସ୍ଥିତି ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପଞ୍ଚାୟତିରାଜ, ନଗର ଉନ୍ନୟନ କୁ ସଚେତନତା ସୃଷ୍ଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଚାୟତ ଓ ପଞ୍ଚାୟତ ସମିତିରେ ସଭା କରି ସଚେତନ କରିବାକୁ କୁହାଯାଇଛି। ସହରର ମୁଖ୍ୟ ରାସ୍ତାରେ ସଚେତନଧର୍ମୀ ହୋର୍ଡିଂ, ବ୍ୟାନର ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

error: Thank You Keep Visiting