୧୪ ଯାଏଁ ବର୍ଷିବ; ୧୫ରୁ ତାତି ବଢିବ

An Independent Media

ଭୁବନେଶ୍ୱର:  ମରାଠା ଠାରୁ ଦକ୍ଷିଣ ତାମିଲନାଡ଼ୁ ଯାଏଁ ସୃଷ୍ଟ ଟ୍ରପ୍ ଲାଇନ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ରହିଛି । ଟ୍ରପ୍ ଲାଇନ ପ୍ରଭାବରେ ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ । ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର, ପଶ୍ଚିମ, ଓ ଉପକୂଳ ଓଡିଶାର ୧୨ଟି ଜିଲ୍ଲାରେ ବର୍ଷା ହେବ । ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୪ ପରେ ପାଗରେ ପରିବର୍ତ୍ତନ ହେବା ସହ ତାପମାତ୍ରା ବଢିପାରେ ବୋଲି ଆଶଙ୍କା କରାଯାଇଛି । ସେହିପରି ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ପରାମର୍ଶ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୪ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବା ସହ ୧୫ରୁ ତାପମାତ୍ର ବଢିବ ।

error: Thank You Keep Visiting