ମୁଖ୍ୟମନ୍ତ୍ରୀଙ୍କ ଆଦେଶ ,ଲକ୍ ଡାଉନ୍ ଅମାନ୍ୟ କଲେ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ୫ଟି ଜିଲ୍ଲା ଓ ୮ଟି ଟାଉନ୍କୁ ଲକ୍ ଡାଉନ୍ ଘୋଷଣା କଲେ ନବୀନ। ଏହି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ତଥା ଅତ୍ୟନ୍ତ ଜରୁରୀ କାର୍ଯ୍ୟ ବ୍ୟତୀତ ବାକି ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ଦ୍ରବ୍ୟ ସଂଗ୍ରହ ପାଇଁ ଜନସାଧାରଣ ବାହାରକୁ ଯାଇ ପାରିବେ। ହସ୍ପିଟାଲ, ବ୍ୟାଙ୍କ, ଏଟିଏମ , ପୌର ସେବା ଜାରି ରହିବ। ପୁଲିସ, ଅଗ୍ନିଶମ, ଓଡ୍ରାଫ୍, ପାନୀୟ ଜଳ, ବିଦ୍ୟୁତ ସେବା ଜାରି ରହିବ। କେବଳ ଜରୁରୀ ଜିନିଷ ପାଇଁ ବାହାରକୁ ଯିବା କହିଲେ ମୁଖ୍ୟମନ୍ତ୍ରୀ। ତେବେ ଏହି ଲକ୍ଡାଉନ୍ ନିୟମକୁ ଅମାନ୍ୟ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛି।