ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ : ଲକ ଡାଉନ ପାଳନ କରନ୍ତୁ , ଏହି ମାରାତ୍ମକ ଭାଇରସକୁ ଘରେ ପଶିବାକୁ ଦିଅନ୍ତୁ ନହିଁ

An Independent Media

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ପ୍ରେସ୍‌ ବାର୍ତ୍ତାରେ କହିଛନ୍ତି ଯେ, ଗତ ଦୁଇ ମାସ ମଧ୍ୟରେ ଦୁନିଆ ବଦଳି ଯାଇଛି। ରାଜନୀତି, ଅର୍ଥନୀତି ସବୁକୁ କିଛି ପଛରେ ପକାଇ ସ୍ୱାସ୍ଥ୍ୟ ସମସ୍ୟା ସାରା ବିଶ୍ୱ ପାଇଁ ଏକ ବଡ ଆହ୍ୱାନ ସୃଷ୍ଟି କରିଛି। ଚୀନ ଓ ସାଉଥ କୋରିଆ ଠାରୁ ଆରମ୍ଭ କରି ନିକଟରେ ଆମେରିକା, ବ୍ରିଟେନ ଓ ଅନ୍ୟ ଇରୋପୀୟ ଦେଶ  ମାନଙ୍କ ପାଇଁ କରୋନା ଭାଇରସ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଛି। ବର୍ତ୍ତମାନ ଏହି ଭାଇରସ ଭାରତରେ ମଧ୍ୟ ପହଞ୍ଚି ଯାଇଛି। ଭାରତରେ କୋଭିଡ- ୧୯ ରୋଗୀଙ୍କ ସଂଖ୍ୟା ବଢୁଛି । ଏହି ଭାଇରସ୍‌ ବାହାରୁ ଆସିଛି । ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । କେବଳ ସଚେତନତା ଦ୍ୱାରା ହିଁ ଏହାକୁ ରୋକାଯାଇ ପାରିବ। ତେଣୁ ନବୀନ ଅନୁରୋଧ କହିଛନ୍ତି ଯେ, ସମସ୍ତେ ଘରେ ରୁହନ୍ତୁ। ଘରେ ରହିଲେ ଆପଣ ଓ ଆପଣଙ୍କ ପରିବାର ସୁରକ୍ଷିତ ରହିପାରିବେ। ଏ ଭାଇରସ୍‌କୁ ଆପଣଙ୍କ ଘରେ ପଶିବାକୁ ଦିଅନ୍ତୁ ନାହିଁ ବୋଲି ନବୀନ ଅନୁରୋଧ କରିଛନ୍ତି। ଏହି ରଣନୀତିକୁ ପାଳନ କରି ଚୀନର ଉହାନ୍‌ ପ୍ରଦେଶ କରୋନା ଭାଇରସ୍‌କୁ ହରାଇ ଦେଇପାରିଛି ।ବର୍ତ୍ତମାନ ସମୟ ଆସିଛି ଆମେ ମଧ୍ୟ ଏହି ରଣନୀତିକୁ ଆପଣେଇବା। ଘରେ ରହିବା। କେବଳ ଅତ୍ୟାବଶ୍ୟକ ଦ୍ରବ୍ୟ ସଂଗ୍ରହ ପାଇଁ   ବାହାରକୁ ଯିବା। ତା ହେଲେ ଆମେ ମଧ୍ୟ ଏ ଯୁଦ୍ଧ ଜିତିପାରିବା ବୋଲି ନବୀନ କହିଛନ୍ତି।ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ୱପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ ଲକ ଡାଉନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

error: Thank You Keep Visiting