କାରୋନା ମୁକାବଲା ପାଇଁ “ମୋ ଜୀବନ” ଯୋଜନା ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର: ‘କରୋନା’ ମୁକାବିଲା ପାଇଁ “ମୋ ଜୀବନ ” ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମଗ୍ର ରାଜ୍ୟରେ ଜାରି ହୋଇଛି ଲକ୍ଡାଉନ୍। ତେବେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ କେତେକ ବ୍ୟକ୍ତି ବିଶେଷ ମାନୁନଥିବାରୁ ‘କରୋନା’ ବ୍ୟାପିବାର ଭୟ ସୃଷ୍ଟି ହୋଇଛି। ଯେଉଁଥିପାଇଁ ପିଲାଛୁଆ ଓ ବାପାମାଆଙ୍କ ନାଁରେ ଶପଥ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ରାଜ୍ୟବାସୀଙ୍କୁ ସମ୍ୱୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ଘର ପାଖରେ କରୋନା ପହଞ୍ଚିଲାଣି। ସତର୍କ ନହେଲେ ଘରକୁ ପଶିଯିବ। ଏଭଳି ସ୍ଥିତିରେ ଆମେ ନିଜ ପିଲାଛୁଆ ଓ ବାପାମାଙ୍କ ନାଁରେ ଶପଥ ନେବା। କହିବା, ମୁଁ ଶପଥ କରି କହୁଛି ଅତି ଜରୁରୀ କାମ ନଥିଲେ ବାହାରକୁ ଯିବିନି। ବାହାରୁ ଆସିଲେ ଭଲଭାବେ ୨୦ ସେକେଣ୍ଡ ହାତ ଧୋଇବି। ଏମିତି ଶପଥ ଦୈନିକ ଘରର ସମସ୍ତେ ନିଅନ୍ତୁ ଓ କାନ୍ଥରେ ଲେଖି ଲଗାନ୍ତୁ। ଶପଥ ଭିଡିଓ ସୋଶାଲ ମିଡିଆରେ ମୋ ପାଖକୁ ପଠାନ୍ତୁ।”