ନିୟମ ନ ମାନିଲେ ଗୁଳି ମାରିଦିଅ : କେସିଆର

An Independent Media

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଲକ୍‌ଡାଉନ୍ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ କଠୋର ହୋଇଛନ୍ତି। ଲକ୍‌ଡାଉନ୍ ବେଳେ ଯେଉଁମାନେ ଆଇନ ନମାନିବେ ସେମାନଙ୍କୁ ଗୁଳି କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ପୁଲିସ୍‌କୁ ଅନେକ ଲୋକ ସହଯୋଗ କରୁ ନାହାନ୍ତି। ତେଣୁ ଆବଶ୍ୟକ ପଡ଼ିଲେ କେନ୍ଦ୍ରରୁ ସେନା ମଗାଯିବ ବୋଲି ସେ କହିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ କୌଣସି କଟକଣା ନାହିଁ। କିନ୍ତୁ ଖବର ସଂଗ୍ରହ ହେଳେ କିଛି ପୁଲିସ୍ ସାମ୍ୱାଦିକଙ୍କ ସହ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା। ଏଭଳି ଖବରକୁ କେସିଆର ଗୁରୁତ୍ୱର ସହ ନେଇଛନ୍ତି। ପୁଲିସ୍‌ର ଖରାପ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି। ଏହା ସହିତ ସମସ୍ତେ ଆଇନକୁ ମାନିବା ଉଚିତ ଓ ସଚେତନ ରହିବା ଆବଶ୍ୟକ ବୋଲି କେସିଆର କହିଛନ୍ତି।

error: Thank You Keep Visiting