ମାର୍ଚ୍ଚ ୩୧ ଯାଏ ଟ୍ଵିନସିଟିରେ ବନ୍ଦ ରହିବ ସମସ୍ତ ସପିଙ୍ଗ ମଲ

An Independent Media

ଭୁବନେଶ୍ୱର: କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଟ୍ୱିନସିିଟରେ ଆସନ୍ତା ୩୧ ଯାଏଁ ସମସ୍ତ ସପିଂ ମଲ ବନ୍ଦ ରହିବା ନେଇ ପୋଲିସ କମିଶନର ସୁଧାଂଷୁ ଷଡ଼ଙ୍ଗୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଆଜି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି । ତେଣୁ କରୋନା ସଂକ୍ରମଣ ରୋକିବା ପାଇଁ ଓଡିଶା ସହରାଂଚଳ ପୋଲିସ ଆଇନର ଧାରା ୩୫ ଅନୁସାରେ ଆଗାମୀ ମାର୍ଚ୍ଚ ୩୧ ତାରିଖ ଯାଏଁ ସମସ୍ତ ମଲ ବନ୍ଦ ରହିବ ବୋଲି ଟ୍ୱିଟ କରି ସୂଚନା ଦେଇଛି କମିଶନରେଟ ପୋଲିସ । ଏପରିକି କମିଶନରେଟ ପୋଲିସ ଅଂଚଳରେ ଯେଭଳି କୌଣସି ମଲ ଖୋଲା ନରୁହେ ସେଥିପାଇଁ ପଦକ୍ଷେପ ନେବାକୁ ଉଭୟ କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ସେ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। 

error: Thank You Keep Visiting