ଆସନ୍ତା ୭ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

An Independent Media

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଜି ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ବେଳେ ୪ ରୁ ବର୍ଷାର ପରିମାଣ ବଢିବ । ଆସନ୍ତା ୨୪ ଘଣ୍ଟାରେ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର,  କେନ୍ଦ୍ରାପଡ଼ା , ନୂଆପଡ଼ା ଓ ବରଗଡ଼ରେ ବର୍ଷା ହେବ । ଏହିସବୁ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ତେବେ ୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ୩ଦିନ ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଭଦ୍ରକ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଲ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ୭ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବା ସହ ଖରା ବଢିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

 

error: Thank You Keep Visiting