୮ ଯାଏ ବାର୍ଷିବ, ୯ରୁ ତାତି ବଢିବ

An Independent Media


ଭୁବନେଶ୍ୱର :   ରାଜ୍ୟର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା  ଚାଲିଛି । ଏହା ଆହୁରି ୨୪ ଘଣ୍ଟା ରହିବା ସମ୍ଭାବନା ଅଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । 
ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଛ । ଏହା ସହ ଅନେକ ସ୍ଥାନରେ ଗଡ଼ଘଡ଼ି ବର୍ଷା ଓ କୁଆପଥର ବର୍ଷା ମଧ୍ୟ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ବର୍ଷା ନେଇ ୧୩ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼ , ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ , କନ୍ଧମାଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ । ୯ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ତାତି ବଢିବ 

error: Thank You Keep Visiting