୧୧ଟି ଜିଲାକୁ ସତର୍କ ସୂଚନା:ପ୍ରବଳ ବର୍ଷା ସମ୍ଭାବନା

Straight to the Point

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ବାଂଲାଦେଶ ଓ ପଶ୍ଚିମବଙ୍ଗର ଉତ୍ତରପଶ୍ଚିମରେ ସମୁଦ୍ରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ସମୁଦ୍ର ଉପରେ ସ୍ଥଳଭାଗରେ ୭.୬ କିମି ଉଚ୍ଚରେ ସୃଷ୍ଟ ଏହି ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦିଲ୍ଲୀ, ଉତ୍ତରପ୍ରଦେଶ ଓ ପଶ୍ଚିମ ବିହାର ଦେଇ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉପକୂଳ ଅଞ୍ଚଳର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ପ୍ରବଳରୁ ପ୍ରବଳ ବର୍ଷା ହେବା। ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେଉଁଝରରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

error: Thank You Keep Visiting