ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

An Independent Media

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ। ସେ ସକାଳେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ହେଲିକପ୍ଟର ଯୋଗେ ଦୁର୍ଗାପାଲି ପଡ଼ିଆରେ ଓହ୍ଲାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି। ପରେ ସେ ଜେଲ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଶ୍ରୀ ଶାହା ସିଟି ଷ୍ଟେସନ୍‍ ସ୍ଥିତ ଜୟଗୁରୁ ମନ୍ଦିର ପାଖ ପଡ଼ିଆରେ କାର୍ୟ୍ୟକର୍ତ୍ତା ସମାବେଶରେ ଉଦବୋଧନ ଦେବେ। ସେ ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ଲୋକସଭା ନିର୍ବାଚନମଣ୍ଡଳୀର ବୁଥ୍‍ ସ୍ତରୀୟ କାର୍ୟ୍ୟକର୍ତ୍ତାମାନଙ୍କ ସହ ସାଙ୍ଗଠନିକ ସ୍ଥିତି ଏବଂ ଆଗାମୀ ନିର୍ବାଚନ ରଣନୀତି ସଂପର୍କରେ ଆଲୋଚନା କରିବେ । ପରେ ସେ ଅପରାହ୍ଣରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଜ୍ୟ ମୁଖପାତ୍ର ଗୋଲଖ ମହାପାତ୍ର କହିଛନ୍ତି।

error: Thank You Keep Visiting