ଆସନ୍ତାକାଲି ନିର୍ବାଚନ ପ୍ରଚାରରେ ଓଡିଶା ଆସୁଛନ୍ତି ଯୋଗୀ ଆଦିତ୍ୟନାଥ

Straight to the Point

ଭୁବନେଶ୍ୱର: ଆସନ୍ତାକାଲି ଏପ୍ରିଲ ୬ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀଜୀ ମଧ୍ୟାହ୍ନ ୧୨ଟାରେ କନ୍ଧମାଳ ଜିଲ୍ଲା ଫୁଲବାଣୀଠାରେ ଏବଂ ଅପରାହ୍ନ ୩ଟାରେ ଗଂଜାମ ଜିଲ୍ଲା ବ୍ରହ୍ମପୁରଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଉଦବୋଧନ ଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

error: Thank You Keep Visiting