୨୭ରେ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହା
ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୭ ତାରିଖ ଦିନ ଓଡିଶା ଗସ୍ତରେ ନିର୍ବାଚନ ପ୍ରଚାର କରିବା ପାଇଁ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହ।। ଶ୍ରୀ ଶାହା ୨୭ ତାରିଖ ଅପରାହ୍ନ ୧୧.୩୦ ଘଟିକାରେ ମୟୁରଭଂଜ ଜିଲ୍ଲା ମୋରଡାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଏହା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଶାହା ଅପରାହ୍ନ୧.୧୫ ଘଟିକାରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।