ଏରସମାରେ ନବୀନ : ମୋତେ ଆଶୀର୍ବାଦ କରନ୍ତୁ ଓ ଶଙ୍ଖ ଚିହ୍ନରେ ଭୋଟ୍‌ ଦିଅନ୍ତୁ

Straight to the Point

ଭୁବନେଶ୍ୱର: ଜଗତ୍‌ସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ବ୍ଳକ୍ ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଗୋଡ଼ କଲେଜ ପଡ଼ିଆରେ ଆୟୋଜିତ ନିର୍ବାଚନୀ ପ୍ରଚାର ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  କହିଛନ୍ତି,  କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । କିନ୍ତୁ ଏହାକୁ ବନ୍ଦ କରିବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି। ମୁଁ ଥିବା ଯାଏଁ କାଳିଆ ଯୋଜନା ବନ୍ଦ ହେବ ନାହିଁ । ବିଜେଡି ସରକାର ଆସିବାର ପ୍ରଥମ ଦିନ କାଳିଆ ଯୋଜନାରେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ଚାଷୀଙ୍କ ଖାତାକୁ ଯିବ। ଜୟ ଜଗନ୍ନାଥ ଓ ଆପଣମାନେ ଖୁସୀ ତ ବୋଲି ପଚାରିଥିଲେ । ପ୍ରଚଣ୍ଡ ଖରାରେ ଲୋକେ ତାଙ୍କ କଥା ଶୁଣିବାକୁ ଆସିଥିବାରୁ ଜନତାଙ୍କୁ ସେ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ବକ୍ତବ୍ୟ ଆରମ୍ଭ କରିଥିଲେ । ମୋତେ ଆଶୀର୍ବାଦ କରନ୍ତୁ ଓ ଶଙ୍ଖ ଚିହ୍ନରେ ଭୋଟ୍‌ ଦିଅନ୍ତୁ। ଶେଷ ନିଃଶ୍ୱାସ ଥିବା ଯାଏଁ ମୁଁ ଆପଣମାନଙ୍କର ସେବା କରିବି। ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲିକ ଓ ବିଧାୟକ ପ୍ରାର୍ଥୀ ରଘୁନନ୍ଦନ ଦାସଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ ସେ ଲୋକମାନଙ୍କୁ ନିବେଦନ କରିଥିଲେ।

error: Thank You Keep Visiting