ଆଜି ପବିତ୍ର ଅକ୍ଷୟ ତୃତୀୟା, ଅନୁକୂଳ ହେବ ଶ୍ରୀଜିଉଙ୍କ ରଥକାଠ

Straight to the Point

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜିଉଙ୍କ ରଥକାଠ ଅନୁକୂଳ ହେବ। ରଥଖଳାରେ ତିନିଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇ ରଥ କାମ ଅନୁକୂଳ କରାଯିବ। ଶ୍ରୀମନ୍ଦିରରୁ ଆଜ୍ଞା ମାଳ ଆସିବା ପରେ ରାଜଗୁରୁ ପୂଜା କରିବା ପରେ ମହାରଣା ସେବାୟତ ରଥ କାଠ ଅନୁକୂଳ କରିଥାନ୍ତି। ତେବେ ବାତ୍ୟା ଫୋନିରେ ପୁରୀ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇ ଥିବାରୁ ଆଜିର ରଥ ଅନୁକୂଳ କାର୍ଯ୍ୟକ୍ରମକୁ ନିରାଡ଼ମ୍ବର କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି।

error: Thank You Keep Visiting