କରୋନା ଭାଇରସ ପାଇଁ ଯାଜପୁରରେ ମହାବାରୁଣୀ ସ୍ନାନ ରଦ୍ଦ: ୧୪୪ ଧାରା ଜାରି
ଯାଜପୁର: ଯାଜପୁରରେ କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ୨୧ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମହାବାରୁଣୀ ସ୍ନାନକୁ ରଦ୍ଦ କରାଯାଇଛି । ଏହାଛଡ଼ା ସଂପୃକ୍ତ ଅଞ୍ଚଳରେ ୧୪୪ ଧାରା ଜାରି କରିଛି ପ୍ରଶାସନ। ସମଗ୍ର ଜିଲ୍ଲାରେ ମଧ୍ୟ ଏହି ୧୪୪ ଧାରା ବଳବତ୍ତର ରହିବ ବୋଲି ଜଣାଯାଇଛି। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତି ବଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଯାଜପୁରରେ ମା’ ବିରଜାଙ୍କ ମନ୍ଦିର ରହିଥିବାରୁ ଦୈନିକ ବିଭିନ୍ନ ରାଜ୍ୟରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଏଠାକୁ ଆସିଥାନ୍ତି। ତେବେ ବିରଜା ମନ୍ଦିରକୁ ଆସୁଥିବା ସମସ୍ତ ବାହାର ରାଜ୍ୟର ପର୍ଯ୍ୟଟକ ଆସୁଥିବା ଗାଡ଼ିକୁ କୁଆଖିଆଠାରୁ ଫେରାଇ ଦେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର କରୋନା ଓ୍ବାର୍ଡ ପ୍ରସ୍ତୁତ ରହିଛି।