ଭାରତର ଧୂଆଁଧାର ବ୍ୟାଟିଂ : ୱେଷ୍ଟଇଣ୍ଡିଜ ପାଇଁ ୨୪୧ରନର ବିଜୟ ଲକ୍ଷ୍ୟ
ମୁମ୍ବଇ : ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ମୁମ୍ବଇର ୱାଙ୍ଖେଡେ ଷ୍ଟାଡିୟମରେ ତିନିଟିକିଆ ଟ୍ବେଣ୍ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଜାରି ରହିଛି। ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ପାଖରେ ବିଶାଳ ସ୍କୋର ଛିଡାକରିଛି। ଭାରତୀୟ ବ୍ୟାଟ୍ସମ୍ୟାନଙ୍କର ଧୂଆଁଧାର ବ୍ୟାଟିଂ ବଳରେ ୱେଷ୍ଟଇଣ୍ଡିଜ ପାଇଁ ୨୪୧ରନର ବିଜୟ ଲକ୍ଷ୍ୟ ଧାର୍ୟ୍ୟ କରିଛି।
ଆଜିର ମ୍ୟାଚରେ ୱେଷ୍ଟଇଣ୍ଡିଜ ପ୍ରଥମେ ଟସ୍ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରିତ କରିଥିଲା।